ଗଜପତି : ମହେନ୍ଦ୍ରଗିରି ପର୍ବତରେ ଅଭାବନୀୟ ଘଟଣା । ମହେନ୍ଦ୍ରଗିରି ପର୍ବତର ଶୈବପୀଠରୁ ଦର୍ଶନ ସାରି ଫେରୁଥିବା ବେଳେ ୨୦୦ ଫୁଟ ତଳକୁ ଖସିଲା ପିକ୍ ଅପ୍ ଭ୍ୟାନ୍ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୬ ଜଣ ଆହତ ହୋଇଛନ୍ତି । ଗାଡିରେ ଯାଇଥିବା ସମସ୍ତେ ଗାରାବନ୍ଧ ଅଞ୍ଚଳର ବୋଲି ଜଣାପଡିଛି । ଖବର ପାଇ ପୋଲିସ ଓ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚଳାଇଥିଲା । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ଗାରାବନ୍ଧ ଅଞ୍ଚଳର ପର୍ଯ୍ୟଟକ ମହେନ୍ଦ୍ରଗିରି ଶୈବପୀଠକୁ ଦର୍ଶନ ପାଇଁ ଯାଇଥିଲେ । ଆଉ ଫେରିବା ବେଳେ, ଏଭଳି ଅଭାବନୀୟ ଘଟଣା ଘଟିଥିଲା । ପୋଲିସ ଘଟଣାର ତଦନ୍ତ କରୁଛି ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.