Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ବୁଧବାର ମାର୍ଗଶୀର ଦ୍ୱାଦଶୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା କରାଯିବ । ବନକପେଡ଼ି ଧରି ଦତ୍ତ ସେବକମାନେ ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଆଜି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପରମ୍ପରା ଅନୁସାରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାର ଶ୍ରୀମନ୍ଦିରରେ ବନକଲାଗି ନୀତି ପାଳନ ହେବାର ବିଧି ରହିଛି ।

Comments are closed.