Latest Odisha News

BREAKING NEWS

ଓଡିଶାର ୩ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଓଡିଶାର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୪୦ କିମି. ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ପ୍ରାୟ ଦ୍ୱିପ୍ରହର ୨ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆହୁରି ମଧ୍ୟ ପଶ୍ଚିମ ଓଡିଶାର କିଛି ସ୍ଥାନରେ ପାଣିପାଗ ବିଭାଗ ପକ୍ଷରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.