Latest Odisha News

[ଭିଡ଼ିଓ] ଓଡ଼ିଶାର ଦୀର୍ଘତମ ‘ଟି-ସେତୁ’ ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା

କଟକ: ବହୁ ପ୍ରତୀକ୍ଷାର ଘଟିଲା ଅନ୍ତ। ଶେଷରେ ଉଦଘାଟିତ ହେଲା ବହୁ ପ୍ରତୀକ୍ଷିତ ‘ଟି-ସେତୁ’ । ମହାନଦୀ ଉପରେ ଓଡ଼ିଶାର ଦୀର୍ଘତମ ସେତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଲୋକାର୍ପଣ । ୧୧୧କୋଟି ବ୍ୟୟରେ ନିର୍ମିତ ବହୁ ପ୍ରତିକ୍ଷିତ ବିକାଶର ସେତୁ ‘ଟି-ସେତୁ’  ।

ଏହି ହାଇଲେଭଲ ସେତୁ କଟକ ବଡ଼ମ୍ବା ନରସିଂହପୁରର ଗୋପିନାଥପୁର-ସିଂହନାଥ ପୀଠ ଓ ବୈଦ୍ୟେଶ୍ବରକୁ ସଂଯୋଗ କରିଛି । ଏହି ସେତୁ ହେବା ଦ୍ବାରା ୪୫ କିଲୋମିଟର ଦୂରତା କମିଛି । ଯାହାଦ୍ବାରା ଉପକୃତ ହେବେ ୫ ଲକ୍ଷ ଲୋକ । ସେତୁର ଲମ୍ବ ୩.୪ କିଲୋମିଟର ବା ୩ ହଜାର ୧୩୯ ମିଟର ।

କୃଷି, ପର୍ଯ୍ୟଟନ, ବାଣିଜ୍ୟ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାଜିବ ଟି-ସେତୁ । ନୂଆ ସେତୁକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆଗ୍ରହ ବଢିବାରେ ଲାଗିଛି । ବହୁ ଦିନର ଦାବି ପୂରଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ସ୍ଥାନୀୟ ଲୋକେ । ସେତୁ ନିର୍ମାଣ ପାଇଁ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ସରକାରଙ୍କ ନିକଟରେ ଦାବି ହୋଇ ଆସୁଥିବାବେଳେ ଆଜି ତାହା ପୁରଣ ହୋଇଛି  ।

ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟି ରେ ରଖି ୨୦୧୪ ମସିହା ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେତୁର ଶିଳାନ୍ୟାସ କରିଥିଲେ। ହେଲେ ବୈଷୟିକ ତ୍ରୁଟି କାରଣରୁ ଏହାର ନିର୍ମାଣ କାର୍ଯ୍ୟ ରେ ବିଳମ୍ବ ଘଟି ୨୦୧୮ ମସିହାରେ ସେତୁର ନିର୍ମାଣ ଆରମ୍ଭ ହୋଇଥିଲା।

Comments are closed.