Latest Odisha News

BREAKING NEWS

ଆହୁରି ଥରିବ ଓଡ଼ିଶା, ଆହୁରି ୨ରୁ ୩ ଦିନ ଶୀତରୁ ମିଳିବନି ତ୍ରାହୀ

ଭୁବନେଶ୍ବର : ଆହୁରି ଥରିବ ଓଡ଼ିଶା । ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ଜାଡ଼ ଶୀତରୁ ମିଳିବ ନାହିଁ ନିସ୍ତାର । ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା । ରାଜ୍ୟରେ ଅତ୍ୟଧିକ ଶୀତ ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼ ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିପରି ୧୪ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସୋନପୁର, ବୌଦ୍ଧ, କନ୍ଧମାଳ, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଇକ ଏବଂ ଖୋଲା କାରରେ ରାତିରେ ନ ବୁଲିବାକୁ ପରାମର୍ଶ ଦିଆଯାଇଛି । ଶିଶୁ ଏବଂ ବୟସ୍କଙ୍କୁ ବିନା ଶୀତ ବସ୍ତ୍ରରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ୨୫ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Comments are closed.