ସୋନପୁର : ବାଇକ ଓ ଟାଟା ଏସି ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ସୁବର୍ଣ୍ଣପୁର-ବୀରମହାରାଜପୁର ରାସ୍ତାର ମହଦା ନିକଟରେ ଘଟିଛି ଦୁର୍ଘଟଣା । ଆଜି ସଂଧ୍ୟାରେ ବୀରମହାରାଜପୁର ପଟୁ ଏକ ଟାଟା ଏସି ଟାଇଲ ଓ ପାଇପ ନେଇ ଆସୁଥିବା ବେଳେ ସୁବର୍ଣ୍ଣପୁର ପଟୁ ବାଇକରେ ୩ ଜଣ ବ୍ୟକ୍ତି ଆସୁଥିଲେ । ଦ୍ରୁତ ଗତିରେ ଯାଉଥିବା ଟାଟା ଏସି ବାଇକକୁ ମୁହାଁମୁହିଁ ଧକ୍କା ଦେବା ପରେ ରାସ୍ତା କଡରେ ଥିବା ବିଲକୁ ଖସି ପଡିଥିଲା । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଥିଲେ । ଆହତଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ବେଳେ ସେଠାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ବାଇକରେ ଯାଉଥିବା ୩ ଜଣ ସୁବଳୟା ଥାନା ଟିକ୍ରାପଡାର ବୋଲି ଜଣାପଡିଥିବା ବେଳେ, ସେମାନଙ୍କ ପରିଚୟ ମିଳିନାହିଁ ।
BREAKING NEWS
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !
- ୧୩୦ ଡେସିବେଲ୍ର ଚିତ୍କାର ! ଏହି ପକ୍ଷୀଙ୍କ ଆବାଜ୍ ଆଗରେ ଫିକା ପଡ଼ିଗଲେ ଅନ୍ୟ ସମସ୍ତ ଚଢ଼େଇ
- ଦେଶର ଯୁବପିଢ଼ିଙ୍କୁ କାହିଁକି Gen Z-Alpha ରେ ବିଭକ୍ତ କରାଯାଉଛି: ବିରୋଧୀଙ୍କୁ ନୀତିନ ନବୀନଙ୍କ ଟାର୍ଗେଟ
- ଭାରତ ଓ ଘାନା ମଧ୍ୟରେ ଦୁଇଟି ଚୁକ୍ତି ସ୍ୱାକ୍ଷରିତ;ଜୟଶଙ୍କର କହିଲେ-ଅନେକ ବିକାଶ ଯୋଜନା ସମାନ
- ୱିକେଟକିପର ସାଜିଲେ ଯଶସ୍ୱୀ ଜୈସୱାଲ !

Comments are closed.