Latest Odisha News

ଶିକ୍ଷକ ନିଯୁକ୍ତିରେ ରେକର୍ଡ, ଆଉ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ଶିକ୍ଷକ ନିଯୁକ୍ତିରେ ରେକର୍ଡ । ଆଉ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର 5T ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ପୂର୍ବରୁ ରାଜ୍ୟରେ ଗୋଟିଏ ଦିନରେ ୬୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ପାଇଁ ଅଗଷ୍ଟ ୧୩ ତାରିଖରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ ଟିଜିଟି କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶ ପାଇଥିଲା ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁନାହାନ୍ତି । କିପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି । ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଞ୍ଜୁର କରାଯାଇଛି । ଏବେ ଖାଲି ପଦବୀ ତଥା ନୂତନ ମଞ୍ଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଏପ୍ରିଲ ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।

Comments are closed.