Latest Odisha News

BREAKING NEWS

ଆଜି ରାଜ୍ୟରୁ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୯ ଜିଲ୍ଲାରୁ ବାହାରିଛନ୍ତି ୧୪୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୫୭ ରହିଛି । ୧୮ ବର୍ଷ ଭିତରେ ଆଉ ୧୯ ଜଣ ପଜିଟିଭ୍ ବାହାରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮ ପଜିଟିଭ୍ ବାହାରିଥିବା କଟକରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାକି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଭିତରେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ ଲକ୍ଷ ୫୩ହଜାର ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୦ଲକ୍ଷ ୪୩ ହଜାର ୩୯୧ ସଂକ୍ରମିତ । ଏବେ ରାଜ୍ୟରେ ୧୭ଶହ ୫୧ କୋଭିଡ୍ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.