ଭୁୁବନେଶ୍ୱର: ଆସନ୍ତା ୧୬ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ ଏନେଇ ବୁଧବାର ସୂଚନା ଦେଇଛି ଯେ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଯାଜପୁରରେ ଡ଼ିସେମ୍ବର ୩୦ ସକାଳ ୮ଟା ୩୦ରୁ ୩୧ତାରିଖ ୮ଟା ୩୦ ମଧ୍ୟରେ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଉତ୍ତର ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପ୍ରାପ୍ତ ହେବାର ସମ୍ଭାବନା ରହିଛି ।
ପରବର୍ତ୍ତୀ ୨୪ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ପାଇଁ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ତିନି ଦିନ ପାଇଁ ରାତିର ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ । ୩ଦିନ ମଧ୍ୟରେ ୩ଡ଼ିଗ୍ରୀରୁ ୫ଡ଼ିଗ୍ରୀ ସେଲିସିୟସ ହ୍ରାସ ପାଇବ ବୋଲି କୁହାଯାଇଛି ।
Comments are closed.