Latest Odisha News

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ସପ୍ତମ ବେତନ କମିଶନର ୩୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଛଲା ଭାବରେ ଲାଗୁ ହେବ।

ସଂଶୋଧିତ ହାରରେ ପେନସନ ପାଉଥିବା ପେନସନଭୋଗୀମାନଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନସନଭୋଗୀ ଉପକୃତ ହେବେ । ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ, କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

Comments are closed.