Latest Odisha News

BREAKING NEWS

ଜାଣନ୍ତୁ, ବାତ୍ୟା ‘ଫନି’ ପ୍ରଭାବରେ କେବେ ଓଡିଶାର କେଉଁସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ବେଳକୁ ବେଳ ଅତି ଉଗ୍ର ରୂପ ଧାରଣ କରୁଥିବାବେଳେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି ।

ଜାଣନ୍ତୁ, ଓଡିଶାର କେଉଁ କେଉଁ ଜିଲ୍ଲାରେ କେବେ ବର୍ଷା ହେବାର ସମ୍ଭାବନା ରହିଛି ।

ମେ’ ୨- ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡା ଏବଂ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ମେ’ ୩- କଟକ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେଓଗଡ ଏବଂ ସୁନ୍ଦରଗଡ ଏବଂ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ମେ’ ୪- ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ, କଟକ, ଢେଙ୍କାନାଳ ଏବଂ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.