Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟାଞ୍ଚଳ ପରିଦର୍ଶନ କଲେ, ଆହୁରି ୧ ହଜାର କୋଟି ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ଭୟଙ୍କର ମହାବାତ୍ୟା ଫନି ପ୍ରଭାବରେ ଓଡ଼ିଶାରେ ଅସମ୍ଭବ କ୍ଷୟକ୍ଷତି ଘଟିଛି । ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆକାଶମାର୍ଗରୁ ବାତ୍ୟା ପ୍ରପୀଡ଼ିତ ଅଞ୍ଚଳକୁ ବୁଲି ଦେଖିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାତ୍ୟା ବିଧ୍ୱସ୍ତ ଅଞ୍ଚଳଗୁଡ଼ିକୁ ପରିଦର୍ଶନ କରିଥିଲେ । ପରିଦର୍ଶନ କରିବା ପରେ ବିମାନବନ୍ଦରରେ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ।

ଗଣମାଧ୍ୟମକୁ ସୂଚନାଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ମୁଖ୍ୟମନ୍ତ୍ରୀ ବାତ୍ୟା ଲାଗି ଭଲ କାର୍ଯ୍ୟ କରିଛନ୍ତି ଏଥିରେ କେନ୍ଦ୍ର ସହଯୋଗ କରିବାକୁ ପ୍ରସ୍ତୁତ । ଓଡ଼ିଶା ସରକାର ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରୀତ କରିବା କାର୍ଯ୍ୟକୁ ପ୍ରଧାମନ୍ତ୍ରୀ ଭୂୟସୀ ପ୍ରଶଂସା କରିଛନ୍ତି । ଏଥିଲାଗି ସେ ମୁଖ୍ୟମନ୍ତ୍ର୍ୀ ନବୀନ ପଟ୍ଟନାୟକ, ଓଡ଼ିଶା ସରକାର ଏବଂ ସ୍ଥାନୀୟ ପ୍ରଶାସନକୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

କେନ୍ଦ୍ରସରକାର ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ପୁନରୁଥାନ କାର୍ଯ୍ୟ କରିବାକୁ ଆହୁରି ୧୦୦୦ କୋଟି ଟଙ୍କା ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଆଜି ଘୋଷଣା କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ, ବାତ୍ୟା ପୂର୍ବରୁ କେନ୍ଦ୍ରସରକାର ୩୪୧ କୋଟି ଟଙ୍କା ସହାୟତା ପ୍ରଦାନ କରିଥିଲେ ।

ଆଜି ଏହି ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏହି ଭୟଙ୍କର ବାତ୍ୟାରେ ମୃତ୍ୟୁବରଣ କରିଥିବା ସମସ୍ତ ବ୍ୟକ୍ତିମାନଙ୍କ ପରିବାରକୁ କେନ୍ଦ୍ରସରକାରଙ୍କ ପକ୍ଷରୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ ବ୍ୟକ୍ତିମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ନେଇ ଘୋଷଣା କରିଛନ୍ତି ।

Leave A Reply

Your email address will not be published.