Latest Odisha News

BREAKING NEWS

ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ୧୦,୮୫୬ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୦ରୁ ୧୮ ବର୍ଷ ଭିତରେ ୧୦୨୧ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୨୯୩ ଜଣ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ଲୋକାଲ କେସ୍‌ ରହିଛି ୪୫୬୩୧।

ଅନୁଗୁଳରୁ ୧୦୪, ବାଲେଶ୍ବରରୁ ୩୨୬, ବରଗଡରୁ ୧୪୫, ଭଦ୍ରକରୁ ୧୦୧, ବଲାଙ୍ଗୀରରୁ ୨୫୯, ମୟୁରଭଞ୍ଜରୁ ୩୭୬, ନବରଙ୍ଗପୁରରୁ ୧୦୬, ନୟାଗଡରୁ ୧୪୫, ନୂଆପଡ଼ାରୁ ୭୫, ପୁରୀରୁ ୧୯୮, ରାୟଗଡାରୁ ୧୫୬, ସମ୍ବଲପୁରରୁ ୫୦୦, ସୋନପୁରରୁ ୧୦୨, ସୁନ୍ଦରଗଡରୁ ୧୯୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏହାସହିତ ବୌଦ୍ଧରୁ ୩୮, କଟକରୁ ୯୦୯, ଦେଓଗଡରୁ ୨୪, ଢେଙ୍କାନାଳରୁ ୬୯, ଗଜପତିରୁ ୧୩୫, ଗଞ୍ଜାମରୁ ୧୩୯, ଜଗତସିଂହପୁରରୁ ୨୨୨, ଯାଜପୁରରୁ ୨୧୦, ଝାରସୁଗୁଡାରୁ ୨୧୧, କଳାହାଣ୍ଡିରୁ ୧୪୪, କନ୍ଧମାଳରୁ ୪୨, କେନ୍ଦ୍ରାପଡ଼ାରୁ ୭୫, କେନ୍ଦୁଝରରୁ ୮୪, ଖୋର୍ଦ୍ଧାରୁ ୩୦୮୭, କୋରାପୁଟରୁ ୧୬୫, ମାଲକାନଗିରିରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

Comments are closed, but trackbacks and pingbacks are open.