Latest Odisha News

BREAKING NEWS

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମୁଣ୍ଡ ଟେକିଲା ଓମିକ୍ରନ ସଂକ୍ରମଣ । ଆଜି ପୁଣି ଚିହ୍ନଟ ହୋଇଛନ୍ତି ଆଉ ୩୨ ଓମିକ୍ରନ୍ତ ଆକ୍ରାନ୍ତ ସଂଖ୍ୟା । ଏନେଇ ସୂଚନା ଦେଇଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍‌ ସାଇନ୍‌ସେସ୍ । ଆଜିର ନୂଆ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ସଂକ୍ରମିତ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିପରି ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ, ଆଜି ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଦେଶରେ ମଧ୍ୟ ଓମିକ୍ରନ ସଂଖ୍ୟା ବୃଦ୍ଧି ପାଇଛି । ଦେଶରେ ଓମିକ୍ରନ ପଜିଟିଭ୍ ସଂଖ୍ୟା ସଂଖ୍ୟା ୬ ହଜାର ପାର୍ କରିଛି ।

Comments are closed.