Latest Odisha News

BREAKING NEWS

ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କୋହଲା ପବନ ସହ ବର୍ଷା ଜାରି

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ତାସଙ୍ଗକୁ କୋହଲା ପବନ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଏହିଭଳି ପାଗ ଅନୂଭୂତ ହେଉଛି । ୫ଟି ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି । ଆଗାମୀ ୩ ଦିନ ଯାଏଁ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ବର୍ଷା ପାଇଁ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କୁହାଯାଇଛି । ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଗତକାଲି ରାତିରୁ ବର୍ଷା ଲାଗି ରହିଛି । ଏପଟେ ପୁଣି ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ପଡ଼ିଛି ଚାଷୀ ।

ଆସନ୍ତା ୨୬ଯାଏଁ ରାଜ୍ୟର ଏହିଭଳି ପାଗ ଲାଗିରହିପାରେ । ବର୍ଷା କମିବା ପରେ ପୁଣି ଫେରିବ ଶୀତ । ୩ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Comments are closed.