Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୭ ଜିଲ୍ଲାରେ ସନ୍ଧ୍ୟା ୭ଟା ୩୦ମି. ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ମାରିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଜପତି, ମାଲକାନଗିରି, ରାୟଗଡ, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଓ କଳାହାଣ୍ଡି ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ସଙ୍ଗେସଙ୍ଗେ ଏହିସବୁ ଜିଲ୍ଲାରେ ସନ୍ଧ୍ୟା ୭ଟା ୩୦ମି. ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ମାରିବାର ସମ୍ଭାବନା ରହିଥିବା ନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.