ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଜଣ ସିଆରପିଏଫ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯବାନ ହେଲେ ପଲବନ କୁମାର ବିଶ୍ବାସ, ସଦାଶିବ ଯାଦବ, ଓମପ୍ରକାଶ ଓ ରାଜିବ ରଞ୍ଜନ । ସମସ୍ତ ଆହତ ଯବାନଙ୍କୁ ତୁରନ୍ତ ବିଜାପୁର ଜିଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, କୁମ୍ବିଂ ଅପରେସନ ସାରି ଯବାନମାନେ କ୍ୟାମ୍ପକୁ ଫେରୁଥିବା ବେଳେ, ନକ୍ସଲମାନେ ଚିନ୍ନାକୋଡ଼େପାଲର ଟି-ପଏଣ୍ଟ ଓ ମୁରକିନାର ମୁଖ୍ୟ ରାସ୍ତାରେ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଛନ୍ତି । ଘଟଣାସ୍ଥଳରେ ସିଆରପିଏଫ ଓ ଡିଆରଜି ବାହିନୀ ପହଞ୍ଚି ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ।
BREAKING NEWS
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
Comments are closed.