ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ଦୁଇଟି ବୁଥରୁ ଦୁର୍ବୃତ୍ତମାନେ ଭୋଟ ବାକ୍ସ ନେଇ ପଳାଇଛନ୍ତି । ଆଜି ସକାଳ ୬ଟା ବେଳେ ଦୁର୍ବୃତ୍ତମାନେ ସଦର ବ୍ଲକ ପଟସରା କେନ୍ଦ୍ରର ୧ ଓ ୨ ନମ୍ବର ବୁଥରୁ ଭୋଟ ବାକ୍ସ ନେଇ ପଳାଇଥିଲେ ।
ମତଦାତାମାନେ ବୁଥକୁ ଆସିବା ପରେ ଏହି ଘଟଣାକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା। ଏବେ ସେହି ଦୁଇ ବୁଥରେ ମତଦାନ ବନ୍ଦ ରହିଥିବା ଜଣାଯାଇଛି। ଏଣେ ଖବର ପାଇ ପ୍ରଶାସନିକ ଅଧିକାରୀମାନେ ବୁଥରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
ଏଣେ ଓଡ଼ିଶା ପଞ୍ଚାୟତିରାଜ ନିର୍ବାଚନର ୨ୟ ପର୍ଯ୍ୟାୟ ପାଇଁ ଆଜି ସକାଳ ୭ଟାରୁ ମତଦାନ ଜାରି ରହିଛି । ଅପରାହ୍ନ ୧ଟା ଯାଏଁ ଭୋଟ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ରାଜ୍ୟରେ ମୋଟ ୨୦ ହଜାର ୪୩୫ଟି ବୁଥ୍ରେ ମତଦାନ ଜାରି ରହିଛି ।
ସେଥିରୁ ୩ ହଜାର ୬୫ଟି ସମ୍ବେଦନଶୀଳ ବୁଥ୍ ରହିଛି। ମତଦାନ ସମୟରେ ଯେପରି କୌଣସି ପ୍ରକାରର ହିଂସା ନହୁଏ ସେଥିପାଇଁ ପୁଲିସ ମୁତୟନ ହୋଇଛନ୍ତି । ମୋଟ ୨୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ସେହିପରି ୧୭୫୩ଟି ମୋବାଇଲ ପାଟ୍ରୋଲିଂ ପାର୍ଟିର ନଜର ରଖିଛନ୍ତି। ପ୍ରଥମ ପର୍ଯ୍ୟାୟରେ ବ୍ୟାପକ ହିଂସା ପରେ ପୁଲିସ ଅଧିକ ସତର୍କ ରହିଛି।
Comments are closed.