ଶ୍ରୀନଗର : ଜାମ୍ମୁ-କାଶ୍ମୀର କୁଲଗାମ୍ ଜିଲ୍ଲାର ଗୋପାଲପୋରା ଅଞ୍ଚଳରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।
ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।
Jammu & Kashmir Police: In the ensuing encounter,2 terrorists were killed & the bodies were retrieved from the site of encounter. Identities & affiliations of killed terrorists are being ascertained. Incriminating material including arms & ammunition recovered from encounter site https://t.co/mIdWrsXhws
— ANI (@ANI) May 22, 2019
ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ କୁଲଗାମ୍ ଜିଲ୍ଲାର ଗୋପାଲପୋରା ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ୩୪ ରାଜସ୍ଥାନ ରାଇଫଲ୍, ପୋଲିସ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।
ଏହି ସର୍ଚ୍ଚ ଅପରେସନ ବେଳେ ଲୁଚି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।
ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନକୁ ଜାରି ରହିଥିବା ନେଇ ସୂଚନା ମିଳିଛି । ଏଥିସହିତ ଉକ୍ତ ଅଞ୍ଚଳରେ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ କରିଦିଆଯାଇଛି ।