Latest Odisha News

BREAKING NEWS

ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବ ଦୁଇ ଦିନିଆ ମନ୍ତ୍ରିସ୍ତରୀୟ ସମ୍ମିଳନୀ

ଭୁବନେଶ୍ବର : କୋଣାର୍କ ଓ ଭୁବନେଶ୍ବରରେ ଆୟୋଜିତ ହେବ ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଏକ ମନ୍ତ୍ରିସ୍ତରୀୟ ସମ୍ମିଳନୀ । ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ୨୫ରୁ ୨୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ସମ୍ମିଳନୀ । ସମ୍ମିଳନୀରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଏବଂ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ ଯୋଗଦେବେ । ଏଥିରେ ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରୀ, ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ରାଷ୍ଟ୍ରାୟତ୍ତ ଇସ୍ପାତ କମ୍ପାନୀର ବରିଷ୍ଠ ଅଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିବେ । ସମ୍ମିଳନୀରେ ଇସ୍ପାତ ଓ ଖଣି କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟ ବିଶେଷ କରି ରାଜ୍ୟମାନଙ୍କ ସମ୍ପର୍କରେ ସ୍ବତନ୍ତ୍ର ଆଲୋଚନା ହେବ ।

ସେହିପରି ୨୬ ତାରିଖରେ ଭୁବନେଶ୍ବରରେ ଶିଳ୍ପ ଜଗତର ପ୍ରତିନିଧିମାନଙ୍କ ସହିତ ଏକ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଏଥିରେ ଯୋଗଦେବେ । ଏହି ଅବସରରେ ‘ଦ୍ବିତୀୟକ ଇସ୍ପାତ କ୍ଷେତ୍ରରେ ରହିଥିବା ସମସ୍ୟା ଏବଂ ଆବଶ୍ୟକ ନୀତିଗତ ହସ୍ତକ୍ଷେପ’ ବିଷୟବସ୍ତୁକୁ ନେଇ ଏକ ଆଲୋଚନା ଅନୁଷ୍ଠିତ ହେବ । ବିଶେଷ କରି ଇସ୍ପାତ କ୍ଷେତ୍ର ପାଇଁ ପିଏଲଆଇ ଯୋଜନା ଉପରେ ଏକ ଉପସ୍ଥାପନା ଦିଆଯିବ ।

Comments are closed.