Latest Odisha News

BREAKING NEWS

ଜାଗର ପାଇଁ ଗାଇଡଲାଇନ୍‌ ଜାରି, କୋଭିଡ୍ ପ୍ରୋଟକଲ ପାଳନ ନିର୍ଦ୍ଦେଶ

ଭୁବନେଶ୍ୱର : ମହାଶିବରାତ୍ରୀ ଜାଗର ଲାଗି ସ୍ୱତନ୍ତ୍ର ରିଲିଫ କମିଶନର(SRC) ଗାଇଡଲାଇନ୍ ଜାରି କରିଛନ୍ତି। ମନ୍ଦିର, ମେଳା ଓ ଉତ୍ସବରେ ଏକାଠି ହେବା ବେଳେ କୋଭିଡ୍ ପ୍ରୋଟକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ରାଜ୍ୟରେ କୋଭିଡ ସଂକ୍ରମଣର ହ୍ରାସ ପାଇଛି। ତେଣୁ ମହାଶିବରାତ୍ରୀ ଅବସରରେ ରାଜ୍ୟର ବିଭିନ୍ନ ମନ୍ଦିରରେ ପୂଜାପାଠ ଲାଗି ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହେବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ଜିଲ୍ଲାପାଳ, ମ୍ୟୁନିସପାଲିଟି କମିଶନର, ପୋଲିସ କମିଶନର ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି କଟକଣା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଶ୍ରଦ୍ଧାଳୁମାନେ ମନ୍ଦିର ଆସିବା ବେଳେ ମାସ୍କ, ସାମଜିକ ଦୂରତା ରକ୍ଷା, ପରିସ୍କାର ପରିଚ୍ଛନ୍ନତା ଉପରେ ଧ୍ୟାନ ରଖି ଯେପରି ସମସ୍ତ କୋଭିଡ୍ ପ୍ରୋଟକଲ ପାଳନ କରନ୍ତି, ସେ ଉପରେ ସ୍ଥାନୀୟ ପ୍ରଶାସନ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

 

Comments are closed, but trackbacks and pingbacks are open.