ଭୁବନେଶ୍ୱର : ତତଲା ତାୱାରେ ଓଡ଼ିଶା ସିଝୁଥିବା ବେଳେ ରାଜ୍ୟର ୧୨ ସହର ତାପମାତ୍ରା ୩୯ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରହିଛି। ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କରିଛି । ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ପାର୍ କରି ୪୧.୪ ଡିଗ୍ରି ରହିଛି। ଏହା ପଛକୁ ବଲାଙ୍ଗୀର ୪୧.୩ ଡିଗ୍ରି ତାପମାତ୍ରା ସହ ରାଜ୍ୟର ଦ୍ବିତୀୟ ଉତ୍ତପ୍ତ ସହର ଭାବେ ଉଭା ହୋଇଛି।
ସମ୍ବଲପୁର ଓ ବୌଦ୍ଧରେ ଦିନ ତାପମାତ୍ରା ୪୦ ଡିଗ୍ରି ରେକର୍ଡ ହୋଇଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କିନ୍ତୁ ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାର ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଯାଏ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ବାଲେଶ୍ବର ସମେତ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି । ଆସନ୍ତା ୪ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
Comments are closed.