Latest Odisha News

ମାନସ ହତ୍ୟାକାଣ୍ଡ: ଗୁମର ଖୋଲିବ କ୍ରାଇମବ୍ରାଞ୍ଚ, ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ନେବାକୁ କରିବ ଆବେଦନ

ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ମାମଲାରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ପୁଣି ଥରେ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରାଞ୍ଚ । ମାମଲାରେ ଅଧିକ ତଦନ୍ତର ଆବଶ୍ୟକତା ଥିବାରୁ ୫ ଦିନିଆ ରିମାଣ୍ଡ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିବ । ଶର୍ମିଷ୍ଠାଙ୍କ ଘରୁ ମିଳିଥିବା ନିରଞ୍ଜନଙ୍କ ଡାଏରୀକୁ ନେଇ ତଦନ୍ତ କରାଯିବ । ଆଜି ୪ ଅଭିଯୁକ୍ତଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରାଯିବା ପରେ ପୁଣି ରିମାଣ୍ଡ ଆବେଦନ କରିବ କ୍ରାଇମବ୍ରାଞ୍ଚ ।

ଗତକାଲି ରିମାଣ୍ଡର ଶେଷ ଦିନରେ ସଂପୂର୍ଣ୍ଣ ୱେବ ପୋର୍ଟାଲ ଅଫିସକୁ ଶର୍ମିଷ୍ଠା ରାଉତ ଓ ନିରଞ୍ଜନ ସେଠୀଙ୍କୁ ନେଇ ଅଧିକ ତଥ୍ୟ ଆଦାୟ କରିଥିଲା କ୍ରାଇମବ୍ରାଞ୍ଚ । ଶର୍ମିଷ୍ଠା ରାଉତଙ୍କ ବେଡରୁମରୁ ନିରଞ୍ଜନ ସେଠୀଙ୍କ ଏକ ବ୍ୟକ୍ତିଗତ ଡାଏରୀ ମିଳିଥିଲା ।

ଏହି ଡାଏରୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଥିବା ଅନୁମାନ କରାଯାଉଛି । କ୍ରାଇମବ୍ରାଞ୍ଚ ହାତରେ କିଛି ସୁରାଗ୍ ମିଳିଥିବା କୁହାଯାଉଛି । ଯାହାର ତଦନ୍ତ ପାଇଁ ପୁଣି ଥରେ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ ।

Comments are closed.