Latest Odisha News

ପାଣିପାଗ ବିଭାଗର ସତର୍କ ସୂଚନା:ଆସନ୍ତା ୨୫ରୁ ୨୭ ବର୍ଷିବ ନିଆଁ

ଭୁବନେଶ୍ୱର: ବଢ଼ିବ ତାତି । ଜଳିବ ଓଡ଼ିଶା । ରାଜ୍ୟରେ ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ୩ ଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୨୫ରେ ସୋନପୁର, ବୌଦ୍ଧ ଓ ବଲାଙ୍ଗିରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହୋଇପାରେ । ସେହିପରି ଏପ୍ରିଲ ୨୬ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜରେ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି । ଆଗାମୀ ୨୭ ତାରିଖରେ ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜ, କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହୋଇପାରେ ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି କୁହାଯାଇଛି । ତେବେ ରାଜ୍ୟର ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।

Comments are closed.