Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ଜିଲ୍ଲାଗୁଡିକ ମଧ୍ୟରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଓ କନ୍ଧମାଳ ଆଦି ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ସନ୍ଧ୍ୟା ୬ଟା ଯାଏଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

Comments are closed.