ଭୁବନେଶ୍ୱର : AIIMS ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ ଛି । AIIMS ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ଛିଡ଼ିଯାଇ ଅଲଗା ହୋଇଯାଇଥିବା ବାମ ହାତ ବୁଢ଼ା ଆଙ୍ଗୁଳିକୁ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି । ବର୍ଣ୍ଣ୍ସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଆସୋସିଏଟ୍ ପ୍ରଫେସର ଡ. ସଞ୍ଜୟ ଗିରିଙ୍କ ନେତୃତ୍ୱରେ ଗଠିତ ଏକ ଡାକ୍ତରୀ ଦଳ ଦ୍ବାରା ୧୦ ଘଣ୍ଟାର କଠିନ ଅସ୍ତ୍ରୋପଚାର ପରେ ଏହି ପ୍ରକ୍ରିୟା ସଫଳ ହୋଇଛି ।
ଅସ୍ତ୍ରୋପଚାର ପରେ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରିବା ସହିତ ୧୦ ଦିନ ଏମ୍ସରେ ରହିବା ପରେ ଘରକୁ ଫେରିଛନ୍ତି । ପୁନଃଯୋଡ଼ା ଯାଇଥିବା ବାମ ବୁଢ଼ା ଆଙ୍ଗୁଠିରେ ସ୍ବାଭାବିକ ରକ୍ତ ସଞ୍ଚାଳନ ହୋଇଛି, ଯାହାକି ଯୋଡ଼ିବା ପ୍ରକ୍ରିୟା ସଫଳ ହୋଇଥିବା ପ୍ରକାଶ କରିଛନ୍ତି ଡ. ଗିରି । ପ୍ରଥମ ଥର ପାଇଁ ଏମ୍ସ ଭୁବନେଶ୍ୱରରେ ଏପରି ସଫଳ ଆଙ୍ଗୁଠି ପୁନଃପ୍ରତିରୋପଣ ହୋଇଛି ।
Comments are closed.