Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ଦେବଗଡ, ଗଞ୍ଜାମ, ମାଲକାନଗିରି, ସୁନ୍ଦରଗଡ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର ଓ ବଲାଙ୍ଗିର ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.