ଓଡିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ପ୍ରସଙ୍ଗ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ ଅଭିଯୋଗ
ଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମକୁ ସୁପ୍ରିମକୋର୍ଟ ତିନି ମାସ ପାଇଁ ରହିତାଦେଶ ପ୍ରସଙ୍ଗରେ ୟୁନିଭରସିଟି ଗ୍ରାଣ୍ଟ କମିଶନ ବା ୟୁଜିସି ରାଜ୍ୟ ଗଣଶିକ୍ଷା ବିଭାଗ ଏବଂ ଓପିଏସସିକୁ ଚିଠି ଲେଖିଛି । ଗତ ୨୦ ତାରିଖରେ ଏହା ଉପରେ ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ । ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ନେଇ ୟୁଜିସି ପକ୍ଷରୁ କୁହାଯାଇଛି ।
ଦୁଇଟି ଚିଠି ଲେଖି ୟୁଜିସି ପକ୍ଷରୁ କୁହାଯାଇଛି ଯେ ମେ’ ୨୩ ତାରିଖରେ ଓପିଏସସି ସମାଜ ବିଜ୍ଞାନର ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତିର ଫଳାଫଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେହିପରି ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଡ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସ୍ ପାଇଁ ବିଜ୍ଞପ୍ତି ବାହାରିଥିଲା । ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ନେଇ ଏସ୍ଏଲପି ବିଚାରଧୀନ ରହିଛି । ତେଣୁ ଓପିଏସସି ଦ୍ୱାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଙ୍ଘନ କରୁଛି ।
Comments are closed.