Latest Odisha News

BREAKING NEWS

ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ, ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ତାତିରୁ ନାହିଁ ଆଶ୍ୱସ୍ତି । ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶା ତାତିରେ ସିଝିବ । ଅନ୍ୟପଟେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ପ୍ରବଳ ଗୁଳୁଗୁଳିଆ ଅନୁଭୂତ ହେବ । ଗ୍ରୀଷ୍ମ ପ୍ରବାହ, ଗୁଳୁଗୁଳି ସହ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ମଧ୍ୟ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ପଦକ୍ଷେପ ନେବାକୁ କହିଛନ୍ତି । ବିଶେଷକରି ଦିନ ୧୧ଟାରୁ ଦିନ ୩ଟା ମଧ୍ୟରେ ଘରୁ ନ ବାହାରିବାକୁ କୁହାଯାଇଛି । ୧୦ ତାରିଖ ଯାଏ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ଆଜି ୮ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲା ପାଇଁ ହିଟୱେଭ୍ ସତର୍କତା ଜାରି କରାଯାଇଛି । ସେହିଭଳି ୯ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ସମ୍ବଲପୁର ଓ ନୂଆପଡ଼ା ଏବଂ ୧୦ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାରେ ହିଟୱେଭ୍ ସ୍ଥିତି ରହିବ । ଏହାଛଡ଼ା ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସତର୍କତା ଜାରି କରାଯାଇଛି ।

Leave A Reply

Your email address will not be published.