Latest Odisha News

BREAKING NEWS

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଞ୍ଚଳିକ ପାଣିପାଗ ବିଭାଗର ସୂଚନାକୁ ଆଧାର କରି ଏହି ସତର୍କତା ଜାରି କରିଛନ୍ତି ।

ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ପୁରୀ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ଓ ମୟୁରଭଞ୍ଜରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ଶନିବାର ଠାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏ ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଅଫିସରୁ ଏହି ସବୁ ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି ।

Leave A Reply

Your email address will not be published.