Latest Odisha News

BREAKING NEWS

ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଓ ଦେଓଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ଜୁଲାଇ୧ରୁ ୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ ଓ ଉତ୍ତର ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇଛି। ଢେଙ୍କାନାଳରେ ୧୦ ସେମି ବର୍ଷା ହୋଇଥିବା ବେଳେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି, କୋରାପୁଟର ପଟାଙ୍ଗି, କନ୍ଧମାଳର ଚକାପାଦ, ଯାଜପୁରରେ ୫ ସେମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି। ଆଜି ଦିନରେ ପାରଳାଖେମୁଣ୍ଡିରେ ୪୫ ମିମି ଓ ବରଗଡ଼ରେ ୨୭.୬ ମିମି ବର୍ଷା ହୋଇଛି।

Leave A Reply

Your email address will not be published.