Latest Odisha News

BREAKING NEWS

ରାଜ୍ୟରେ୨୦୦ ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ କରୋନା ପଜିଟିଭ, ୧୮ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ରାଜ୍ୟରେ ୨୦୦ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରେ ୧୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ୮ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଜଗତ ହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟପୁଲରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.