Latest Odisha News

BREAKING NEWS

ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ବାଧ୍ୟତାମୂଳକ

କଟକ : ଭୁବନେଶ୍ୱର ପରେ କଟକରେ ମାସ୍କ ବାଧ୍ୟତାମୂଳକ ହେଲା । କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍‌ସି । କୋଭିଡ଼ ସଂକ୍ରମଣ ବଢ଼ିବାରୁ ପ୍ରଶାସନ କଟକଣା କଡ଼ା କରିଛି । କଟକରେ ରହୁଥିବା ଲୋକଙ୍କ ସମେତ କଟକକୁ ଆସୁଥିବା ଲୋକ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି ।

ସେହିପରି ବାହାରକୁ ଗଲେ ବା ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ କରାଯାଇଛି । ଏହାସହ ସର୍ବସାଧାରଣ ସ୍ଥାନରେ ୨ ମିଟର ସାମାଜିକ ଦୂରତ୍ୱ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି । ମଲ୍, ଦୋକାନରେ ସାମାଜିକ ଦୂରତ୍ୱ ନରହିଲେ ମାଲିକ ଦାୟୀ ରହିବେ ବୋଲି ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷେ, ଗତ ଗୁରୁବାର ଦିନ ବିଏମସି ପକ୍ଷରୁ ଭୁବନେଶ୍ୱରରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି । ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଥିବାବେଳେ ମାସ୍କ ପରିଧାନ ସହ ୨ ମିଟର ସାମାଜିକ ଦୂରତ୍ୱ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ବାହାରେ ଛେପ ପକାଇବା ମନା, ନିୟମିତ ହାତ ଧୋଇବାକୁ ପରାମର୍ଶ ଦିଆଯାଇଥିବା ସହ ସପିଙ୍ଗ ମଲ୍, ଦୋକାନରେ ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।  ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ଆଜି ବି ୨ ଶହ ଉପରେ ରହିଛି । ରାଜ୍ୟରେ ୨୪ ଘଣ୍ଟାରେ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

 

 

 

 

 

 

 

 

Leave A Reply

Your email address will not be published.