Latest Odisha News

BREAKING NEWS

ରାଜ୍ୟରେ ୩ ଶହ ଟପିଲା ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ କରୋନା ପଜିଟିଭ, ୪୯ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । କିଛି ମାସର ବ୍ୟବଧ୍ୟାନ ପରେ ପୁଣି ୩ଶହ ଟପିଛି ସଂକ୍ରମଣ । ଗତ ୨୪ ଘଂଟାରେ ୩୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ଆକ୍ରାନ୍ତ ୧୪୪ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୧୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୧, ସୁନ୍ଦରଗଡ଼ରୁ ୧୩, ବାଲେଶ୍ୱର, ଜଗତସିଂହପୁର, ନୂଆପଡ଼ାରୁ ୭ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୦, ୫୩୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୦୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୧୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.