ବର୍ମିଂହାମ: ବୋଲରମାନଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନ ଯୋଗୁ ଏଠାରେ ଚାଲିଥିବା ୫ମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ତୃତୀୟ ଦିବସରେ ୨୮୪ ରନରେ ଅଲଆଉଟ ହୋଇଯାଇଛି । ଭାରତ ପ୍ରଥମ ଇନିଂସରେ ୪୧୬ ରନ ସଂଗ୍ରହ କରିଥିବାରୁ ଗୁରୁତ୍ୱପୂର୍ଣ୍ଣ ୧୩୨ ରନର ଅଗ୍ରଣୀ ହାସଲ କରିଛି । ରିଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜାଙ୍କ ଚମତ୍କାର ଶତକ ହାସଲ କରିଥିଲେ । ଦ୍ୱିତୀୟ ଦିବସ ଖେଳ ଶେଷ ବେଳକୁ ଇଂଲଣ୍ଡ ୫ ୱିକେଟ ହରାଇ ମାତ୍ର ୮୪ ରନ ସଂଗ୍ରହ କରି ବିପଦରେ ପଡିଥିଲା । ଜନୀ ବେୟାରଷ୍ଟୋଙ୍କ ଶତକ (୧୦୬) ଯୋଗୁ ଇଂଲଣ୍ଡ ଫଲୋଅନରୁ ବର୍ତି ଯାଇଥିଲା । ଭାରତ ପକ୍ଷରୁ ମହମ୍ମଦ ସିରାଜ ସର୍ବାଧିକ ୪ଟି ୱିକେଟ ଅକ୍ତିଆର କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଯଶପ୍ରୀତ ବୁମରାହ ୩ଟି, ମହମ୍ମଦ ସାମି ୨ଟି ଏବଂ ଶାର୍ଦ୍ଦୁଳ ଠାକୁର ଗୋଟିଏ ୱିକେଟ ଅକ୍ତିଆର କରିଥିଲେ ।
BREAKING NEWS
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
Comments are closed.