Latest Odisha News

BREAKING NEWS

ଆଜିଠୁ ଭିଜିବ ସାରା ଓଡ଼ିଶା, ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆଜିଠୁ ଭିଜିବ ସାରା ଓଡ଼ିଶା । ଆଜି ଲଘୁଚାପରେ ପରିଣତ ହେବ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ । ଏଥିପାଇଁ ୧୭ଜିଲ୍ଲାକୁ ୟେଲୋ ଓ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରୁ ବର୍ଷାର ପରିମାଣ ବଢି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ କେତେକ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.