Latest Odisha News

BREAKING NEWS

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ ।

ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ ମେ’ ୭ ତାରିଖରେ ସରିଥିଲା । ପ୍ରାୟ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେବା ପାଇଁ ନାମ ପଞ୍ଜିକରଣ କରିଥିଲେ । ରେଜଲ୍ଟ ପ୍ରକାଶନ ପରେ ବୋର୍ଡ ୱେବସାଇଟ୍ http://bseodisha.ac.in/ ରେ ରେଜଲ୍ଟ ଦେଖି ହେବ । ଏଥିପାଇଁ ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ସହ ଜନ୍ମ ତାରିଖ ଦେବାକୁ ପଡ଼ିବ ।

ସେହିଭଳି ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ । ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.