ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗର ୯ମ ସଂସ୍କରଣ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି ଓଡିଶା ଏଫସି । ଦଳକୁ ଆହୁରି ମଜଭୁତ କରିବା ପାଇଁ ଗୁରୁବାର ସ୍ପେନର ମିଡଫିଲ୍ଡର ସଲ କ୍ରେସ୍ପୋଙ୍କ ସହ କ୍ଲବ ଚୁକ୍ତି କରିଛି । ୨୫ ବର୍ଷୀୟ ଏହି ଷ୍ଟାର ଖେଳାଳି ପ୍ରାରମ୍ଭିକ ପର୍ଯ୍ୟାୟରେ ୧ ବର୍ଷ ପାଇଁ ଚୁକ୍ତିବଦ୍ଧ ହୋଇଛନ୍ତି । ସେ ତାଙ୍କ କ୍ୟାରିୟରରେ ୧୧୯ ମ୍ୟାଚ ଖେଳି ସାରିଛନ୍ତି । ଏଥିରେ ଲା ଲିଗା ୨ର ୫୫ ମ୍ୟାଚ ଏବଂ କୋପା ଡେଲ ରେର ୯ ମ୍ୟାଚ ସାମିଲ । ସିନିୟର ଖେଳାଳି ଭାବେ ୨୦୧୫ରେ କ୍ରେସ୍ପୋ ପୋନଫେରାଡିନା ପକ୍ଷରୁ ପଦାର୍ପଣ କରିଥିଲେ । ସେହିପରି ୨୦୧୯ରେ ୟୁରି ଡି ସୌଜା ପକ୍ଷରୁ ପ୍ରଫେଶନାଲ ଡେବ୍ୟୁ କରିଥିଲେ । ଆନ୍ତର୍ଜାତୀୟ ଅଭିଜ୍ଞତା ସମ୍ପନ୍ନ କ୍ରେସ୍ପୋଙ୍କ ଉପସ୍ଥିତି ଦଳକୁ ଫାଇଦାରେ ରଖିବ ବୋଲି ଟିମ ମ୍ୟାନେଜମେଂଟ ପକ୍ଷରୁ କୁହାଯାଇଛି ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.