Latest Odisha News

BREAKING NEWS

ଆଜି ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ

ପୁରୀ: ଆଜି ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ମହାବାହୁ । ସୁନାବେଶରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୁରତି । ୧୩୮ ସୁନା ପିନ୍ଧି ଝଟକିବେ ଶ୍ରୀଜିଉ । ଗତକାଲି ଶୃଙ୍ଖଳିତ ଭାବେ ବାହୁଡ଼ା ନୀତି ସମ୍ପର୍ଣ୍ଣ ହୋଇଥିବା ବେଳେ ଏବେ ତିନି ରଥ ଶ୍ରୀମନ୍ଦିର ସମ୍ମୁଖରେ । ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ହେବ ସୁନାବେଶ ।

ମହାପ୍ରଭୁଙ୍କ ସୁନାବେଶ ପାଇଁ ସକାଳୁ ଚାଲିଛି ସବୁ ନୀତିକାନ୍ତି । ମଙ୍ଗଳ ଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ବେଶ ଶେଷ, ଗୋପାଳ ବଲ୍ଳଭ, ସକାଳ ଧୂପ, ମଇଲମ, ମହାସ୍ନାନ ଓ ସର୍ବାଙ୍ଗ, ବେଶ ଶେଷ ପରେ ଅନ୍ୟାନ୍ୟ ନୀତି ବଢ଼ି ମେକାପ ସର୍ବାଙ୍ଗ ପରେ ଶ୍ରୀଜିଉମାନଙ୍କ ସୁନାବେଶ ନୀତି ଅନୁଷ୍ଠିତ ହେବ । ତେବେ ଏନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଫୋକସ୍‌ ଦିଆଯାଇଛି ।

ଗତକାଲି ଶରଧାବାଲିରୁ ସିଂହଦ୍ୱାରକୁ ବାହୁଡ଼ିଛନ୍ତି ମହାବାହୁ । ଘଣ୍ଟଘଣ୍ଟା, ଶଙ୍ଖ ଧ୍ୱନୀରେ ଫାଟିପଡୁଥିଲା ବଡଦାଣ୍ଡ । ଅନ୍ୟପକ୍ଷରେ ଶରଧାବାଲିକୁ ବର୍ଷା ଛୁଇଁଯିବା ପରେ ନିର୍ଧାରିତ ସମୟର ଢେର ଆଗରୁ ଆରମ୍ଭ ହୋଇଥିଲା ପହଣ୍ଡି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ଟାହିଆ ହଲାଇ, ହଲି ଝୁଲି ନନ୍ଦିଘୋଷ ରଥକୁ ଆସିଥିଲେ ଜଗତ ଠାକୁର ଜଗନ୍ନାଥ।

 

Leave A Reply

Your email address will not be published.