ନୂଆଦିଲ୍ଲୀ : ଓଡିଶାର 43.52 ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି ଜଳ ଜୀବନ ମିଶନ ଯୋଜନାରେ ଓଡିଶାକୁ ପାନୀୟଜଳ ଯୋଗାଇ ଦିଆଯାଉଛି । ଓଡିଶାରେ ୮୮.୫୭ ଲକ୍ଷ ପରିବାର ଥିବାବେଳେ ୨୦୧୯ ଅଗଷ୍ଟ ସୁଦ୍ଧା ମାତ୍ର ୩.୧୧ ଲକ୍ଷ ପରିବାରକୁ ପାଇପ୍ ଯୋଗେ ପାନୀୟଜଳ ଯୋଗାଇ ଦିଆଯାଇଥିଲା । ତେବେ ଚଳିତ ମାସ ସୁଦ୍ଧା ଏହା ୪୩ଲକ୍ଷ ପରିବାରକୁ ଟପିଯାଇଛି । ସେହିଭଳି ୨୦୨୨-୨୩ ବର୍ଷର ବଜେଟ୍ରେ ଜଳ ଜୀବନ ମିଶନ ପାଇଁ ଅର୍ଥ ଆବଣ୍ଟନ ସଂକ୍ରାନ୍ତରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି ଯେ ଓଡିଶା ପାଇଁ ୭୧୩୩.୧୫ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ଯେଉଁଥିରେ ରାଜ୍ୟ ସରକାରଙ୍କ ଅଂଶ ହେଉଛି ୩୫୨୪.୫୩ କୋଟି । ଅବଶିଷ୍ଟ ୩୬୦୮.୬୨ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇଦେବେ ।ସୂଚନା ଅନୁଯାୟୀ ଅବଶିଷ୍ଟ ପରିବାରଗୁଡିକୁ ମିଶନ ଦ୍ୱାରା ଧାର୍ଯ୍ୟ ସମୟସୀମା ୨୦୨୪ ସୁଦ୍ଧା ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ ।
BREAKING NEWS
- ରାଜଧାନୀର ଏକ ବାର୍ରେ ଭୟାବହ ଅଗ୍ନିକାଣ୍ଡ
- Cold Wave: ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶା: ଆହୁରି କଲବଲ କରିବ ଥଣ୍ଡା
- ମୋକିମଙ୍କ ବୟାନକୁ ନେଇ ତେଜୁଛି କଂଗ୍ରେସ କନ୍ଦଳ, ଦଳ ଭିତରେ ଛକାପଞ୍ଝା
- ‘ମାଲ୍ୟବନ୍ତ ମହୋତ୍ସବ’ ସ୍ଥଗିତ, ହଟିନି ଇଣ୍ଟରନେଟ୍ କଟକଣା
- ବାଂଲାଦେଶରେ ଘୋଷଣା ହେଲା ସାଧାରଣ ନିର୍ବାଚନ ତାରିଖ, ଏହି ଦିନ ପଡିବ ଭୋଟ୍…
- ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ‘ଓଡିଶା ମାଷ୍ଟର୍ସ ୨୦୨୫’; ଯୋଗଦେଲେ ମୁଖ୍ୟମନ୍ତ୍ରୀ
- Jajpur Buddhist Tourism: ବିକଶିତ ହେବ ଯାଜପୁରର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ର…
- ନବରଙ୍ଗପୁରରେ ୩୫ ଜଣଙ୍କୁ ନାଗରିକତା ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
- Road Accident: ବସ ସହ ବାଇକର ମୁହାଁମୁହିଁ ଧକ୍କା, ଅକାଳରେ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ
- ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର
Comments are closed.