ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହଜାରେ ଉପକୁ ରହିଛି। ଗତକାଲି ୧୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି ।
ଏଥିମଧ୍ୟରେ ୧୭୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ସବୁ ୨୭ଟି ଜିଲ୍ଲାରୁ ୧୦୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୭ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
Covid-19 Report For 27th July
New Positive Cases: 1030
Of which 0-18 years: 179
In quarantine: 603
Local contacts: 427(Details of local contacts will be shared by concerned District)
1. Angul: 3
2. Balasore: 23
3. Bargarh: 22
4. Bhadrak: 11
5. Balangir: 35
6. Boudh: 12— I & PR Department, Odisha (@IPR_Odisha) July 28, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୨୩ ଜଣ, ବରଗଡ଼ରୁ ୨୨, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୩୫ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩, ଗଜପତିରୁ ୭ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୨୧ ଜଣ, ମୟୂରଭଞ୍ଜରୁ ୧୧୦ ଜଣ, ସୁନ୍ଦରଗଡ଼ରୁ ୨୨୭ ଜଣ ଓ ଷ୍ଟେଟପୁଲରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୦, ୧୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୩, ୯୫୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୯୭୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Comments are closed.