ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ମହିଳା ହକି ଟିମ ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ହୋଇଛି । ଏଥିପାଇଁ ଅବଶ୍ୟ ହକି ପ୍ରେମୀଙ୍କୁ ୧୬ ବର୍ଷ ଅପେକ୍ଷା କରିବାକୁ ପଡିଥିଲା । ନ୍ୟୁଜିଲାଣ୍ଡ ବିପକ୍ଷ ବ୍ରୋଞ୍ଜ ପଦକ ମୁକାବିଲା ବେଶ ସଂଘର୍ଷପୂର୍ଣ୍ଣ ହୋଇଥିଲା । ନିର୍ଦ୍ଧାରିତ ସମୟରେ ଉଭୟ ଦଳ ଗୋଟିଏ ଲେଖାଁଏ ଗୋଲ ସ୍କୋର କରିଥିଲେ । ନିର୍ଦ୍ଧାରିତ ସମୟ ଶେଷ ହେବା ଠିକ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଲ କରିଥିଲା । ପେନାଲ୍ଟି ଶୁଟଆଉଟରେ ଭାରତ ୨-୧ରେ ବାଜି ମାରିଥିଲା । ଗୋଲକିପର ସବିତା ଶୁଟଆଉଟରେ ୪ଟି ଗୋଲ ବଂଚାଇବାରେ ସଫଳ ହୋଇଥିଲେ । ୨୦୦୨ରେ ଭାରତ ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ୱର୍ଣ୍ଣ ଓ ୨୦୦୬ରେ ରୌପ୍ୟ ପଦକ ଜିତିଥିଲା । ଭାରତ ଏବଂ ନ୍ୟୁଜିଲାଣ୍ଡ ପୂର୍ବରୁ ସେମିଫାଇନାଲରେ ସେମାନଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ପେନାଲ୍ଟି ଶୁଟ ଆଉଟରେ ହାରିଥିଲେ । ଭାରତ ପୁଲ ପର୍ଯ୍ୟାୟରେ ୪ରୁ ୩ ମ୍ୟାଚ ଜିତିଥିଲା ।
BREAKING NEWS
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
Comments are closed.