Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଜାତୀୟ ପତାକା ପ୍ରଦାନ କଲେ ମିଶନ ଶକ୍ତି ମହିଳା ଗୋଷ୍ଠୀ

ଭୁବନେଶ୍ୱର: ସ୍ୱାଧୀନତାର ୭୫ ବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ଶନିବାର ରାଜ୍ୟର ବିଭିନ୍ନ ଅଂଚଳର ମିଶନ ଶକ୍ତି ସଦସ୍ୟା ମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ହାତ ତିଆରି ଜାତୀୟ ପତାକା ପ୍ରଦାନ କରିଛନ୍ତି । ପ୍ରତି ବଦଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପତାକା ଗ୍ରହଣ କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଜାତୀୟ ପତାକା ତିଆରି ପରି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଶନ ଶକ୍ତି ସଦସ୍ୟା ମାନଙ୍କୁ ଦେଇଥିବାରୁ ଏହା ସେମାନଙ୍କ ପାଇଁ ଗର୍ବର କଥା ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ସ୍ୱାଧୀନତାର ୭୫ ବର୍ଷ ଉପଲକ୍ଷେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତି ଓ ମାଗଣାରେ ବଣ୍ଟନ ଦାୟିତ୍ୱ ରାଜ୍ୟ ସରକାର ମିଶନ ଶକ୍ତିର ମହିଳା ମାନଙ୍କୁ ଦେଇଛନ୍ତି ।

Leave A Reply

Your email address will not be published.