କୋଲକତା: ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସଂସ୍କରଣ ପାଇଁ କୋଲକାତା ନାଇଟ ରାଇଡର୍ସ ଚନ୍ଦ୍ରକାନ୍ତ ପଣ୍ଡିତଙ୍କୁ କୋଚ ଦାୟିତ୍ୱ ପ୍ରଦାନ କରିଛି । ବ୍ରେଣ୍ଡନ ମ୍ୟାକକୁଲାମଙ୍କ ସ୍ଥାନରେ ସେ ଏହି ଦାୟିତ୍ୱ ଗ୍ରହଣ କରିବେ । ପଣ୍ଡିତଙ୍କ କୋଚିଂ ବଳରେ ମଧ୍ୟପ୍ରଦେଶ ପ୍ରଥମ ଥର ପାଇଁ ରଣଜୀ ଟ୍ରଫି ଟାଇଟଲ ଜିତିବାରେ ସକ୍ଷମ ହୋଇଥିଲା । ୨୦୨୨ରେ କେକେଆରର ପ୍ରଦର୍ଶନ ନୈରାଶ୍ୟଜନକ ରହିବାରୁ ଏବଂ ମ୍ୟାକକୁଲାମ ଇଂଲଣ୍ଡ କୋଚ ଦାୟିତ୍ୱ ତୁଲାଇବା ପାଇଁ ଚୁକ୍ତିବଦ୍ଧ ହେବା ଫଳରେ ଏହି ସ୍ଥାନ ଖାଲି ପଡିଥିଲା । ୱିକେଟ କିପର ତଥା ବ୍ୟାଟ୍ସମ୍ୟାନ ପଣ୍ଡିତ ଜାତୀୟ ଦଳ ପକ୍ଷରୁ ୫ଟି ଟେଷ୍ଟ ଏବଂ ୩୬ଟି ଦିନିକିଆ ମ୍ୟାଚ ଖେଳିବା ଗୌରବ ଅର୍ଜନ କରିଛନ୍ତି । ମୁମ୍ବାଇ ଓ ବିଦର୍ଭ ଟିମର କୋଚ ଦାୟିତ୍ୱ ମଧ୍ୟ ସେ ତୁଲାଇଛନ୍ତି । ସେ ଘରୋଇ କ୍ରିକେଟରେ ୮ ହଜାରରୁ ଅଧିକ ରନ ସଂଗ୍ରହ କରିଛନ୍ତି । ଶ୍ରେୟାଶ ଆୟାର ଏବଂ ପଣ୍ଡିତଙ୍କ କମ୍ବିନେଶନ ଦଳକୁ ଫାଇଦାରେ ରଖିବ ବୋଲି କେକେଆର ପକ୍ଷରୁ କୁହାଯାଇଛି ।
BREAKING NEWS
- Leh Air Force Station: ଲେହ ଏୟାରଫୋର୍ସ ଷ୍ଟେସନକୁ ମିଳିଲା ନୂଆ ରନୱେ, ୨୧ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେଲା…
- Delivery Boy: ବିଲ ଭିତରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ ବାପା
- World Bank President:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ; ନିଯୁକ୍ତି ସୁଯୋଗ ସୃଷ୍ଟିକୁ କଲେ ପ୍ରଶଂସା
- ଗୋପାଳପୁର ବେଳାଭୂମି ମହୋତ୍ସବକୁ ପର୍ଯ୍ୟଟନ କ୍ୟାଲେଣ୍ଡରରେ ସ୍ଥାନ ଦିଆଯାଉ: ସିଦ୍ଧାନ୍ତ ମହାପାତ୍ର
- Kotia: କୋଟିଆରେ ଆନ୍ଧ୍ରର ସର୍ଭେ ଟିମ୍; ଆକଟ କରିବାରୁ ପୋଲିସ ସହ ବଚସା
- ଦିନିକିଆ କ୍ରିକେଟରେ ଏହି ବ୍ୟାଟ୍ସମ୍ୟାନ ମାରି ପାରି ନାହାନ୍ତି ଛକା
- Agriculture Minister Review: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାର ସମୀକ୍ଷା; ଓଡ଼ିଶାର ପ୍ରଦର୍ଶନକୁ ନେଇ ସନ୍ତୋଷ…
- ସଫଳତା ଖୁସିର ଗ୍ୟାରେଣ୍ଟି ଦିଏ ନାହିଁ; କାହିଁକି ଏଭଳି କହିଲେ ସଂଗୀତଜ୍ଞ ବିଶାଲ
- ରଣଜୀ ଟ୍ରଫି: ସ୍ୱସ୍ତିକ, ଗୋବିନ୍ଦଙ୍କ ଅର୍ଦ୍ଧଶତକ
- Witchcraft Suspicion: ଡାହାଣୀ ସନ୍ଦେହରେ ନିଜ ମାଆକୁ ହାଣି ଦେଲା ପୁଅ
Comments are closed.