Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା: ୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡା, ନୂଆପଡା, ସୁନ୍ଦରଗଡ, ମୟୁରଭଞ୍ଜ, ମଳାହାଣ୍ଡି ଓ ବରଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ରାତି ୧୦ ଟା ୩୦ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.