Latest Odisha News

ବର୍ଷା ଘଡ଼ଘଡ଼ି ପାଇଁ ଗଣେଶ ପୂଜା ପଡ଼ିପାରେ ଫିକା!

ଭୁବନେଶ୍ବର:  ଗଣେଶ ପୂଜାରେ ହେବ ବର୍ଷା । ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିବାରୁ ପୂଜାରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୯ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସଂଭାବନା ରହିଛି ।  ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ବର୍ଷା ହେବ । ସେହିପରି  ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼ ପ୍ରଭୃତି  ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି-ଘଡଘଡି ସହ  ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Comments are closed.