Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ  ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ।

ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୨ ତାରିଖ ଯାଏ ବର୍ଷା ଲାଗି ରହିବ । ଆଜି ପାଇଁ ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମାଲକାନଗିରି ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୦ ତାରିଖରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢେଙ୍କାନାଳ, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Leave A Reply

Your email address will not be published.