Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ଜିଲ୍ଲାଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ, ସମ୍ବଲପୁର, ବରଗଡ, ନୂଆପଡା, ବଳାଙ୍ଗୀର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ଅପରାହ୍ନ ୪ଟା ୩୦ମି. ଯାଏଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲାର ସ୍ଥାନସ୍ଥାନେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

Leave A Reply

Your email address will not be published.