ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଗୁରୁବାର ଭୋର୍ ୪ଟା ବେଳେ ମୃତ୍ୟୁ ହୋଇଛି। ବୁଧବାର ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଖଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି। ଆଦିକନ୍ଦଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ରମ୍ଭା ସହରସ୍ଥିତ ତାଙ୍କ ବାସଭବନରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ କରିଛନ୍ତି।
ଅପରପକ୍ଷେ ଆଦିକନ୍ଦଙ୍କ ମୃତ୍ୟୁରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରିଛନ୍ତି ଯେ, ଆଦିକନ୍ଦ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ସେ ଟୁଇଟ୍ କରିଛନ୍ତି। ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ୍ ଜରିଆରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ସେହିଭଳି ମନ୍ତ୍ରୀ ଜଗନ୍ନାଥ ସାରକା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସାଂସଦ ଅମର ପଟ୍ଟନାୟକ, ବିଧାୟକ ପ୍ରଣବ ପ୍ରକାଶ ଦାସ ଏବଂ ବରିଷ୍ଠ ବିଜେଡ଼ି ନେତା ସଞ୍ଜୟ କୁମାର ଦାସବର୍ମା ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଆଦିକନ୍ଦ ୨୦୦୯ ମସିହାରେ ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସିପିଆଇ ତରଫରୁ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ । କିନ୍ତୁ ୨୦୧୪ ମସିହାରେ ସେ ବିଜେଡ଼ିରେ ସାମିଲ ହୋଇଥିଲେ ।
BREAKING NEWS
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Comments are closed.