ଯାଜପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଡି ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ସିଙ୍ଗଡ଼ା ଛକରେ ଦେଖିବାକୁ ମିଳିଛି । ମୃତ ଡ୍ରାଇଭର ଜଣକ ହେଲେ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ବୋଲି ଜଣାପଡିଛି । ସୁରେଶ ଏକ ୧୪ ଚକିଆ ଟ୍ରକ୍ ନେଇ ପାଣିକୋଇଲି ଅଭିମୁଖେ ଆସୁଥିବା ସମୟରେ ସିଙ୍ଗଡା ଛକରେ ଏଭଳି ଅଘଟଣ ଘଟିଥିଲା । ରାସ୍ତା ଉପର ଦେଇ ଯାଇଥିବା 11 କେଭି ବିଦ୍ୟୁତ୍ ତାରକୁ ଅତିକ୍ରମ କରୁଥିବା ସମୟରେ ଗାଡିଟି ସଂସ୍ପର୍ଶରେ ଆସି ଯିବାରୁ ଡ୍ରାଇଭର ସୁରେଶ ଗୁରୁତର ହୋଇଯାଇଥିଲେ । ସ୍ଥାନୀୟ ଲୋକେ ଉଦ୍ଧାର କରି ଆହତ ସୁରେଶଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ପଠାଇଥିଲେ କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।ଏନେଇ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।
BREAKING NEWS
- ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ୨ ଜଣଙ୍କୁ ଧରିଲା ପୋଲିସ
- ଗୁଗଲ୍ ଫର୍ମ ସେୟାର କରି ସ୍ୱାମୀ ଖୋଜୁଛନ୍ତି ମହିଳା, ଆବେଦନ କଲେଣି ୨୪୦ରୁ ଅଧିକ
- ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଉତ୍ସବ
- ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୫.୯…
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ

Comments are closed.